ଓଡ଼ିଆ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ପାରମ୍ପରିକ ଖାଦ୍ୟର ଲୋକପ୍ରିୟତା ବୃଦ୍ଧି ସହ ସୁବିଧାରେ ଏହାକୁ ଉପଲବ୍ଧ କରାଇବା ପାଇଁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ‘ନିମନ୍ତ୍ରଣ-ଖାଣ୍ଟି ଓଡ଼ିଆ ଖାଦ୍ୟ ରେଷ୍ଟୁରାଣ୍ଟ’ ଆରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ଏହା ଲୋକାର୍ପିତ ହୋଇଛି।

ଏହି ଅବସରରେ ଓଟିଡିସି ଅଧ୍ୟକ୍ଷ ଶ୍ରୀମୟୀ ମିଶ୍ର କହିଛନ୍ତି ଯେ, ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ ପ୍ରଥମ କରି ଭୁବନେଶ୍ୱରରେ ଖୋଲିଛି। ରାଜଧାନୀର ବ୍ୟସ୍ତବହୁଳ ସ୍ଥାନ ସହିଦ ନଗରରେ ଏହା ଶୁଭାରମ୍ଭ ହୋଇଥିବା ବେଳେ ଆଗକୁ ପୁରୀ ଓ ସମ୍ବଲପୁରରେ ଖୋଲିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ସ୍ୱତନ୍ତ୍ର ଭାବେ ବାହାର ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟର ଘରୋଇ ଖାଦ୍ୟ  ମିଳିବ ବୋଲି କହିଛନ୍ତି।

Share

Leave a Reply

Your email address will not be published. Required fields are marked *

17 + 6 =