ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ

ପିପିଲି: ପିପିଲି ଉପ-ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର । ମଙ୍ଗଳପୁର ସ୍ଥିତ ବ୍ଲକ୍ କଂଗ୍ରେସ କାର୍ଯ୍ୟାଳୟରୁ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରିଥିଲେ ବିଶ୍ୱକେଶନ । ପୁରୀ ଏଡିଏମଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିଶ୍ୱକେଶନ ସେଠାରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବିୟୋଗ ପରେ ପରବର୍ତ୍ତୀ ଅବସ୍ଥାରେ ମେ ୧୬ରେ ନିର୍ବାଚନ ହେବ ବୋଲି ତାରିଖ ଧାର୍ଯ୍ୟ ହୋଇଛି। ମେ ୧୯ରେ ହେବ ଭୋଟ ଗଣତି । ପୂର୍ବରୁ ବିଜେଡିର ରୁଦ୍ର ପ୍ରତାପ ମହାରଥୀ ଓ ବିଜେପିର ଆଶ୍ରିତ ପଟ୍ଟନାୟକ ମଇଦାନରେ ଅଛନ୍ତି । କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ଏବେ ପୁରୀ ଜିଲ୍ଲା ସେବାଦଳର ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି । ଏହାସହ ପୁରୀ କୋର୍ଟରେ ଓକିଲାତି ମଧ୍ୟ କରୁଛନ୍ତି । ତୃଣମୂଳସ୍ତରରେ ଦଳର ଜଣେ ଭଲ ସଂଗଠକ ଭାବେ ସେ ଜଣାଶୁଣା ଓ ଦଳ ପ୍ରତି ଆନୁଗତ୍ୟ ରହିଥିବାରୁ ତାଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି ।

Share

Leave a Reply

Your email address will not be published. Required fields are marked *

two + 13 =