ଆଜି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ବାର୍ଷିକୀ

ଭୁବନେଶ୍ୱର: ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର, ତ୍ୟାଗ ଓ ସେବାର ମୂର୍ତ୍ତିମନ୍ତ ପ୍ରତୀକ, ଦରଦୀ ପ୍ରାଣ, ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ଆଜି ଶ୍ରାଦ୍ଧ ଦିବସ। ପ୍ରଦେଶ କଂଗ୍ରେସ ପକ୍ଷରୁ ସଭାପତି ନିରଞ୍ଜନ ପଟ୍ଟନାୟକ, ଦଳର ବରିଷ୍ଠ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ ଏବଂ ଅନ୍ୟମାନେ ପହଞ୍ଚି ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ପୁଣ୍ୟାତ୍ମାଙ୍କ ପ୍ରତି ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏଥିସହିତ ଉତ୍କଳ ସମ୍ମିଳନୀ ପକ୍ଷରୁ ମଧ୍ୟ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରାଯାଇଥିଲା। ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ପୁଣ୍ୟାତ୍ମାଙ୍କର ଶ୍ରାଦ୍ଧଦିବସ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଛି।

Share

Leave a Reply

Your email address will not be published. Required fields are marked *

19 − twelve =