ଭୁବନେଶ୍ୱରରୁ ଆଉ ୩୧୯ ପଜିଟିଭ୍,୨୫୭ ଲୋକାଲ କେସ

ଭୁବନେଶ୍ୱର() ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୧୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫୩୮ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୬୨ ଜଣ ରହିଥିବା ବେଳେ ୨୫୭ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୫୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୫୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୭୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪ ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

1 × four =