କରୋନାରେ ଆଉ ୧୫ ମୃତ

ଭୁବନେଶ୍ୱର() ଆଜି ରାଜ୍ୟରେ ୩୦୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱର, ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୨, ବଲାଙ୍ଗୀର, ଝାରସୁଗୁଡା, ନବରଙ୍ଗପୁର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

eleven + 13 =