କରୋନାରେ ଆଉ ୧୭ ମୃତ

ଭୁବନେଶ୍ୱର() ଆଜି ରାଜ୍ୟରେ ୩୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କଟକ ଓ ନୟାଗଡରୁ ୨ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

two × one =