କରୋନାରେ ଆଉ ୧୬ ମୃତ

ଭୁବନେଶ୍ୱର() ଆଜି ରାଜ୍ୟରେ ୩୬୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ନୟାଗଡରୁ ୩, କଟକ ଓ ବାଲେଶ୍ୱରରୁ ୨ ଜଣ ଲେଖାଏଁ, ବରଗଡ, ଜଗତସିଂହପୁର, କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

11 − 4 =