କରୋନାରେ ଆଉ ୧୭ ମୃତ

ଭୁବନେଶ୍ବର()  ଆଜି ରାଜ୍ୟରେ ୩୦୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱର ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଜଗତସିହପୁର, ପୁରୀ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ, ଭଦ୍ରକ,ଗଞ୍ଜାମ,ଯାଜପୁର, ମୟୂରଭଞ୍ଜ ଓ ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

3 × 1 =