କରୋନାରେ ଆଉ ୧୨ ମୃତ

ଭୁବନେଶ୍ବର() ଆଜି ୧୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୫୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଭୁବନେଶ୍ୱର ଓ ଢେଙ୍କାନାଳରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନୂଆପଡା ସୁନ୍ଦରଗଡ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

19 − 16 =