କରୋନାରେ ଆଉ ୧୫ ମୃତ

 ଭୁବନେଶ୍ୱର() ଆଜି ୧୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୯୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ମୟୁରଭଞ୍ଜ ଓ ବରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ମାଲକାନଗିରି, ବଲାଙ୍ଗୀର, ପୁରୀ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

eighteen + 4 =