ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର()  ରାଜ୍ୟରେ ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ତିନିଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକ, ମୟୁରଭଞ୍ଜ, ସମ୍ବଲପୁର, ବରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ, ବାଲେଶ୍ବର, କଳାହାଣ୍ଡି, କୋରାପୁଟ, କେନ୍ଦ୍ରାପଡା ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ନୂତନ ମୃତକଙ୍କ ମିଶାଇରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୪୧୦କୁ ବୃଦ୍ଧି ହୋଇଛି।

Share

Leave a Reply

Your email address will not be published. Required fields are marked *

three × four =