ଆଜି ୯୮୭ କରୋନା ପଜିଟିଭ୍

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୯୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୨ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୨୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୩ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୮୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୨ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୪୫ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୪ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୦ଜଣ, କେନ୍ଦୁଝର ଜିଲ୍ଲାରୁ ୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, କୋରପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୪ଜଣ

Share

Leave a Reply

Your email address will not be published. Required fields are marked *

two × one =