ଆଜି ୯୮୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୯୮୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୭୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୧୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୫,୯୮୬ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୪ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ,ବରଗଡ଼ ଜିଲ୍ଲାରୁ ୩୪ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୮୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୬ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୪ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪୨ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୪ଜଣ, କେନ୍ଦୁଝର ଜିଲ୍ଲାରୁ ୪୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୨ଜଣ, କୋରାପୁଟ ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୩୮ଜଣ, ପୁରୀ ଜିଲ୍ଲାରୁ ୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୦ଜଣ, ଷ୍ଟେଟ ପୁଲ୍‌ରୁ ୨୩ଜଣ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

15 − 14 =