କରୋନା ନେଲା ଆଉ ୧୨ ଜୀବନ

ଭୁବନେଶ୍ବର()  ଆଜି ୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରରୁ ୩ ଜଣ, ଅନୁଗୁଳରୁ ୨, ବାଲେଶ୍ୱର, ଢେଙ୍କାନାଳ ଓ ଯାଜପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Share

Leave a Reply

Your email address will not be published. Required fields are marked *

17 − 8 =