ପୂର୍ବତନ ବିଧାୟକ ସୁବାସ ଗଣ୍ଡ କରୋନାରେ ସଂକ୍ରମିତ

ନବରଙ୍ଗପୁର() ରାଜ୍ୟରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ପ୍ରତ୍ୟେକ ଦିନ ୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ବିଧାୟକ, ସାଂସଦଙ୍କ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ନବରଙ୍ଗପୁର ଉମରକୋଟର ପୂର୍ବତନ ବିଧାୟକ ସୁବାସ ଗଣ୍ଡ କରୋନାରେ ସଂକ୍ରମିତ ହୋଇଛନ୍ତି । ଏନେଇ ଖୋଦ୍ ବିଜେଡି ନେତା ସୁବାସ ସାମାଜିକ ମାଧ୍ୟମରେ ସୂଚନା ଦେଇଛନ୍ତି । ଏହା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସଙ୍ଗରୋଧରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

9 − 6 =