କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫, ପୁରୀରୁ ୩, ମୟୁରଭଞ୍ଜରୁ ୨, କଟକ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୩୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୪୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୮୦୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୦୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Share

Leave a Reply

Your email address will not be published. Required fields are marked *

4 × one =