ଆଜି ରାଜ୍ୟରେ ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ଗତ ୨୪ ଘଣ୍ଟାରେ ୪୦୭ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ ଲକ୍ଷ ୨୮ ହଜାର ୩୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୭୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୧୫ ହଜାର ୦୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୨୩୬୯୪୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

Share

Leave a Reply

Your email address will not be published. Required fields are marked *

twelve + 2 =