ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୨୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୯୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୭୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଆଜି ଅନୁଗୁଳରୁ ୨୭୭, ବାଲେଶ୍ୱରରୁ ୩୨୦, ବରଗଡରୁ ୧୧୮, ଭଦ୍ରକରୁ ୨୧୭, ବଲାଙ୍ଗୀରରୁ ୪୧, ବୌଦ୍ଧରୁ ୮୩, କଟକରୁ ୫୫୭, ଦେବଗଡ଼ରୁ ୧୪, ଢେଙ୍କାନାଳ: ୧୩୭, ଗଜପତିରୁ ୨୩, ଗଞ୍ଜାମରୁ ୭୭, ଜଗତସିଂହପୁରରୁ ୧୪୮, ଯାଜପୁରରୁ ୩୯୪, ଝାରସୁଗୁଡ଼ାରୁ ୨୭, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୩୭ ଓ କେନ୍ଦ୍ରାପଡାରୁ ୨୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି କେନ୍ଦୁଝରରୁ ୧୧୫, ଖୋର୍ଦ୍ଧାରୁ ୭୨୬, କୋରାପୁଟରୁ ୧୨୭, ମାଲକାନଗିରିରୁ ୫୮, ମୟୂରଭଞ୍ଜରୁ ୨୮୫, ନବରଙ୍ଗପୁରରୁ ୧୮୬, ନୟାଗଡ଼ରୁ ୧୩୨, ନୂଆପଡାରୁ ୧୩, ପୁରୀରୁ ୨୩୪, ରାୟଗଡ଼ାରୁ ୧୨୯, ସମ୍ବଲପୁରରୁ ୬୬, ସୋନପୁରରୁ ୩୪, ସୁନ୍ଦରଗଡରୁ ୨୫୧ ଓ ରାଜ୍ୟ ପୁଲରୁ ୧୨୪ ଜଣ ପଜିଟିଭ ଅଛନ୍ତି ।

ତେବେ ନୂଆ ସଂକ୍ରମିତଙ୍କୁ ମିଶାଇ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୮୪୨୪୬୧କୁ ବୃଦ୍ଧି ପାଇଛି । ସେମଧ୍ୟରୁ ୭୭୨୯୭୨ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଥିବାବେଳେ ୬୬୨୨୬ଟି ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ୧୨୫୨୩୨୪୧ଟି କରୋନା ନମୁନା ପରୀକ୍ଷା ପାଇଁ ସଂଗ୍ରହ ହୋଇଛି ।

Share

Leave a Reply

Your email address will not be published. Required fields are marked *

20 + fourteen =