ରାଜ୍ୟ କରୋନା ଅପଡେଟ୍‌

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ମିଟର । ଧୀରେ ଧୀରେ କମୁଛି ଦୈନିକ ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟାରେ ୩୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୦୧୬ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୧୫୧୯ ରହିଛି । ସେହିପରି ଗୋଟିଏ ଦିନରେ ୪୪ଜଣଙ୍କ ମୃତ୍ୟୁ ହୋଇଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟାରେ ଖୋର୍ଦ୍ଧା ଜିଲ୍ଲାରୁ ୫୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ରହିଛି।

ଅନୁଗୋଳ ଜିଲ୍ଲାରୁ ୨୦୭ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯୬, ବରଗଡ଼ରୁ ୮୬, ଭଦ୍ରକରୁ ୧୮୪, ବଲାଙ୍ଗୀରରୁ ୧୮, ବୌଦ୍ଧରୁ ୫୨, ଦେବଗଡ଼ରୁ ୨୫, ଢେଙ୍କାନାଳରୁ ୫୬, ଗଜପତିରୁ ୨୭, ଗଞ୍ଜାମରୁ ୨୬, ଜଗତସିଂହପୁରରୁ ୯୦, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୫୬, କେନ୍ଦ୍ରାପଡ଼ାରୁ ୧୦୪, କେନ୍ଦୁଝରରୁ ୯୨, କୋରାପୁଟରୁ ୫୬, ମାଲକାନଗିରିରୁ ୬୮, ମୟୂରଭଞ୍ଜରୁ ୧୫୩, ନବରଙ୍ଗପୁରରୁ ୮୫, ନୟାଗଡ଼ରୁ ୯୫, ନୂଆପଡ଼ାରୁ ୧୫, ପୁରୀରୁ ୧୮୭, ରାୟଗଡ଼ାରୁ ୭୩, ସମ୍ବଲପୁରରୁ ୩୯, ସୋନପୁରରୁ ୩୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୬ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍ରୁ ୮୨ ଜଣ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

20 − sixteen =