ଯାଜପୁରରେ କରୋନା ଆକ୍ରାନ୍ତ ସଂଖ୍ୟା ୪୭କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି । ନୂଆ ଆକ୍ରାନ୍ତ ଦୁଇ ଜଣ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି । ଯାଜପୁରରେ କରୋନା ଆକ୍ରାନ୍ତ ସଂଖ୍ୟା ୪୭କୁ ବୃଦ୍ଧି ପାଇଛି ।

ଉଲ୍ଳେଖଯୋଗ୍ୟ ଯେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୫୫ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ୧୦୦ଜଣ କରୋନାରେ ସକ୍ରିୟ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

9 − 5 =