ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୩ ଆକ୍ରାନ୍ତ ମୟୂରଭଞ୍ଜ ଜିଲ୍ଲାର ବୋଲି ଜଣାପଡିଛି । ତେବେ ମୟୂରଭଞ୍ଜରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ଆଜି ସକାଳେ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ଆଉ ୩ ଚିହ୍ନଟ ହୋଇଛନ୍ତି । ଆଜି ମୋଟ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୭ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

17 − five =