ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି

ଭୁବନେଶ୍ୱର()ରାଜ୍ୟରେ ଆଉ ୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି ପାଇଛି । ୭୩ଜଣ ଆକ୍ରାନ୍ତଙ୍କ ମଧ୍ୟରୁ
ଗଞ୍ଜାମରୁ ୪୨ , ଖୋର୍ଦ୍ଧାରୁ ୩ ଆକ୍ରାନ୍ତ , ଯାଜପୁର ୧୭, ଭଦ୍ରକ ୯ ଓ ସୁନ୍ଦରଗଡ଼ରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧୧ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୪୩ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଓଡ଼ିଶାରେ କରୋନାରେ ୪୬୫ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Share

Leave a Reply

Your email address will not be published. Required fields are marked *

ten − 5 =