ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୨କୁ ବୃଦ୍ଧି

ଭୁବନେଶ୍ୱର()ରାଜ୍ୟରେ ଆଉ ୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୨କୁ ବୃଦ୍ଧି ପାଇଛି । ବାଲେଶ୍ବରରୁ ୧୨, ଗଞ୍ଜାମ -୧୨,ପୁରୀ-୧୦, ଭଦ୍ରକ-୭, ଯାଜପୁର-୨, କଟକ-୧,ସୁନ୍ଦରଗଡ଼-୧ , ନୟାଗଡ଼-୩, ଦେବଗଡ଼-୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ତରଫରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୫୮ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

seven + two =