ରାଜ୍ୟରେ ଆଉ ୭୯ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର() ରାଜ୍ୟରେ ଆଉ ୭୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୮୧୨କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୭୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୧୧, ଯାଜପୁରର ୫, ବାଲେଶ୍ୱରର ୧୭, କଟକର ୪, ଭଦ୍ରକର ୨୮, କେନ୍ଦୁଝରର ୩, ଖୋର୍ଦ୍ଧାର ୨, ବଲାଙ୍ଗୀରର ୨, ପୁରୀର ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୫୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ୮୧୨ ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୭୭୪ ଆକ୍ଟିଭ କେସ୍ ରହିଛି ।

Share

Leave a Reply

Your email address will not be published. Required fields are marked *

12 + 13 =