ରାଜ୍ୟରେ ଆଜି ଆଉ ୩୦୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ଆଜି ଆଉ ୩୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ୨୧ଟି ଜିଲ୍ଲାରୁ ସର୍ବାଧିକ ୩୦୪ ଜଣ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୨ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗଜପତିରୁ ସର୍ବାଧିକ ୪୭ ଓ ଗଞ୍ଜାମରୁ ୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଜଗତସିଂହପୁରରୁ ୨୯, ଝାରସୁଗୁଡ଼ାରୁ ୨୫, ଯାଜପୁରରୁ ୨୧, ବାଲେଶ୍ବରରୁ ୧୭, ବରଗଡ଼ରୁ ୧୪, କଟକରୁ ୧୩, କନ୍ଧମାଳରୁ ୧୨, ଭଦ୍ରକରୁ ୧୧, ମୟୂରଭଞ୍ଜରୁ ୬, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୫ ଲେଖାଏଁ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ସୁବର୍ଣ୍ଣପୁରରୁ ୪, ନୟାଗଡ଼ ଓ ପୁରୀରୁ ୩ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

two + fifteen =