ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର() ଆଜି ପୁଣି ୨୪୫ ଜଣ ପଜିଟିଭ୍ ବାହାରିଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ଏହି କ୍ରମରେ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ମୃତକ ୨ ଜଣ ଗଞ୍ଜାମ ବୋଲି ଜଣାପଡିଛି । ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୨୦୮୬ ଜଣ ଏବେ ଚିକିତ୍ସିତ ଅବସ୍ଥାରେ ଥିବା ବେଳେ ୪,୭୪୩ ଜଣ ସୁସ୍ଥ ହୋଇ ସାରିଛନ୍ତି ।

Share

Leave a Reply

Your email address will not be published. Required fields are marked *

8 − one =