ଆଉ ୨୦୬ କରୋନା ପଜିଟିଭ

ଭୁବନେଶ୍ୱର() ଆଜି ଆଉ ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ମାଲକାନଗିରିରୁ ସର୍ବାଧିକ ୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁରରୁ ୨୮, କୋରାପୁଟରୁ ୧୮, କଟକର ଓ ଜଗତସିଂହପୁରରୁ ୧୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସ୍ୱେହୁପରି ବଲାଙ୍ଗିରରୁ ୧୬, ଦେବଗଡ଼ରୁ ୧୫, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୭ ଜଣ ଲେଖାଏଁ, ବାଲେଶ୍ବରରୁ ୫, କେନ୍ଦୁଝର ଓ ଅନୁଗୁଳରୁ ୬ ଜଣ ଲେଖାଏଁ ପଜିଟିଭ, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ୪ ଲେଖାଏଁ, ଗଞ୍ଜାମ ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ ପଜିଟିଭ, ସୁନ୍ଦରଗଡ଼ରୁ ୨, ବୌଦ୍ଧ, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

5 × two =