ଆଉ ୫୭୧ କରୋନା ପଜିଟିଭ, ଗଞ୍ଜାମରେ ସର୍ବାଧିକ ୨୭୩

ଭୁବନେଶ୍ୱର() ରାଜ୍ୟରେ ଆଜି ନୂଆ ୫୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରରୁ ୪୦୩ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୬୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୯୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଗଞ୍ଜାମରେ ସର୍ବାଧିକ ୨୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗଜପତିରେ ୫୬ ସୁନ୍ଦରଗଡରେ ୫୧, ଖୋର୍ଦ୍ଧାରେ ୩୭, କଟକରେ ୨୯, ବାଲେଶ୍ୱରରେ ୨୮, ଜଗତସିଂହପୁରରେ ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

3 × four =