ରାଜଧାନୀରୁ ଆଉ ୯୧ ପଜିଟିଭ

ଭୁବନେଶ୍ୱର() ଭୁବନେଶ୍ୱରରୁ ଆଜି ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୯୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୯ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ତେବେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୧୩୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଥିବା ବେଳେ ସେମାନଙ୍କ ମଧ୍ୟରୁ ୭୨୪ଜଣ ସୁସ୍ଥ ହୋଇଛନ୍ତି ଓ ୧୧ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୬୦୬ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Share

Leave a Reply

Your email address will not be published. Required fields are marked *

thirteen − 9 =