ରାଜଧାନୀରୁ ଆଉ ୧୧୮ କରୋନା ପଜିଟିଭ

ଭୁବନେଶ୍ବର() ଆଜି  ଭୁବନେଶ୍ୱରରୁ ଆଉ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୧୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୧ ଓ ସ୍ଥାନୀୟ ଅଞ୍ଚଳରୁ ୪୭ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୯୦ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୪୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୫୧ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୩୦୧ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × 4 =