କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର() ଆଜି ରାଜ୍ୟରେ ୧୫୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ନୟାଗଡରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ରାୟଗଡ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

1 × one =