କରୋନା ନେଲା ଆଉ ୯ ମୁଣ୍ଡ

ଭୁବନେଶ୍ୱର() ଆଜି ରାଜ୍ୟରେ ୨୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ରାୟଗଡାରୁ ୨, ବାଲେଶ୍ୱର, ଖୋର୍ଦ୍ଧା, ମାଲକାନଗିରି ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

fourteen + three =