କରୋନା ନେଲା ଆଉ ୧୩ ଜୀବନ

ଭୁବନେଶ୍ବର() ଆଜି ୧୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ନୂଆପଡ଼ାରୁ ୩, କେନ୍ଦୁଝର ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

nineteen − seventeen =