ରାଜ୍ୟରେ ଆଉ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ମଧ୍ୟରୁ ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୮୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହାସହ କରୋନା ଯୋଗୁଁ ୧୯୪୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏଥି ମଧ୍ୟରୁ ୨୧୪୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୪୮୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୯୯୮୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ତେବେ ଆଜି ରାଜ୍ୟରେ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୧୨୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୩୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

10 + 20 =