ରାଜ୍ୟରେ ଆଉ ୪୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର()  ରାଜ୍ୟରେ ଆଉ ୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୪୩୬କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୪୩ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରେ ୧୫, ଗଞ୍ଜାମରେ ୮, ରାଉରକେଲାରେ ୮, ଯାଜପୁରରେ ୮, ପୁରୀ, କେନ୍ଦ୍ରାପଡ଼ା, କଟକ ଓ ବୌଦ୍ଧରେ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୧୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୩୬ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟ ଘଟିଛି । ଏବେ ରାଜ୍ୟରେ ୭୪୬ ଆକ୍ଟିଭ କେସ୍ ରହିଛି ।

Share

Leave a Reply

Your email address will not be published. Required fields are marked *

19 − seven =