ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ବିଏମସି ପକ୍ଷରୁ ସୂଚନା ମିଳିଛି । ଆକ୍ରାନ୍ତଙ୍କ ମଧ୍ୟରେ ଏମସର ଜଣେ କର୍ମଚାରୀଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ଆଇଗିଣିଆ ଓ ଡୁମୁଡ଼ୁମାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଡୁମୁଡୁମା ଆକ୍ରାନ୍ତ ଜଣକ କଳିଙ୍ଗବିହାର ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ । ଅନ୍ୟ ଜଣେ ସଂକ୍ରମିତ ହୋମ୍ କ୍ୱାରେଣ୍ଟିନରେ ଥିଲେ । ସମସ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ଓ ପଡ଼ୋଶୀ କ୍ୱାରେଣ୍ଟିନରେ ରହିବେ ।

Share

Leave a Reply

Your email address will not be published. Required fields are marked *

one × two =