ରାଜ୍ୟରେ ଆଉ ଏକ ମୁଣ୍ଡ ନେଲା କରୋନା, ମୁତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ବର () ରାଜ୍ୟରେ କରୋନା ବିସ୍ତାର କମିବାର ନାଁ ନେଉନ ଥିବା ବେଳେ ଏକାଥରକେ ୭୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ପୁଣି ଜଣେ କରୋନା ଆକ୍ରାନ୍ତଙ୍କୁ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୃତକ ଜଣ ଗଞ୍ଜାମ ଜିଲ୍ଲାର ୫୫ ବର୍ଷିୟ ହୋଇଥିବ ସୂଚନା ମଳିଛି। ଗଞ୍ଜାମ ଜିଲ୍ଲାରେ ମୃତ୍ୟ ସଂଖ୍ୟା ୪କୁ ବଦ୍ଧି ପାଇଥିବା ବେଳେ ବର୍ତ୍ତମାନ ରାଜ୍ୟରେ କରୋନା ମୁତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ରାଜ୍ୟରେ ୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି। ତାଙ୍କ ବୟସ ୫୫ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଯକ୍ଷ୍ମା ରୋଗରେ ପୀଡିତ ହେବା ସହ ଅନ୍ୟାନ୍ୟ ରୋଗରେ ମଧ୍ୟ ପୀଡିତ ଥିଲେ

 ରାଜ୍ୟରେବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୨୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୭୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Share

Leave a Reply

Your email address will not be published. Required fields are marked *

nineteen + thirteen =