ରାଜ୍ୟରେ ଆଉ ୧୬୭ କରୋନା ପଜିଟିଭ୍

ଭୁବନେଶ୍ବର () ରାଜ୍ୟରେ ଆଉ ୧୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୭୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୮୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Share

Leave a Reply

Your email address will not be published. Required fields are marked *

eighteen − 9 =