ଆଜି ଆଉ ୨୬୪ କରୋନା ପଜିଟିଭ

ଭୁବନେଶ୍ୱର() ଆଜି ସର୍ବାଧିକ ୨୩ଟି ଜିଲ୍ଲାରୁ ୨୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୩୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୦ ରୋଗୀ ସ୍ଥାନୀୟ ସଂକ୍ରମିତ। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୧୪କୁ ପହଞ୍ଚିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ରାଜ୍ୟରେ ଆଜି ଚିହ୍ନଟ ହୋଇଥିବା ୨୬୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଯାଜପୁର ଜିଲ୍ଲାରୁ ୪୧ ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରୁ ୧୮ଜଣ ଲେଖାଏଁ , ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରୁ ୧୫ ଜଣ ଲେଖାଏଁ, ବାଲେଶ୍ବର ଓ କଟକ ଜିଲ୍ଲାରୁ ୧୨ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୭ ଜଣ, ଅନୁଗୁଳ, ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ, ମାଲକାନଗିରି, ନୟାଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ, କୋରାପୁଟ, ଭଦ୍ରକ, କନ୍ଧମାଳ, ଗଜପତି, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

5 × five =