ଗଞ୍ଜାମରେ ୨୦୦ ଶଯ୍ୟା ସହ ୧୫ଟି ଆଇସିୟୁ ଶଯ୍ୟାର କୋଭିଡ଼-୧୯ ହସ୍ପିଟାଲ

ଗଞ୍ଜାମ () ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହାରିମଧ୍ୟରେ ଗଞ୍ଜାମରେ ଆଜି କାର୍ଯ୍ୟକ୍ଷମ ହୋଇଛି କୋଭିଡ଼-୧୯ ହସ୍ପିଟାଲ । ବ୍ରହ୍ମପୁର ଉପକଣ୍ଠ ଶୀତଳାପଲ୍ଲୀରେ ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି । ୨୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲରେ ୧୫ଟି ଆଇସିୟୁ ଶଯ୍ୟାର ବ୍ୟବସ୍ଥା ମଧ୍ୟ କରାଯାଇଛି । ଏହାସହ ଆଉ ୧୦ଦିନରେ ୫ଟି ଆଇସିୟୁ ଶଯ୍ୟା ହେବ । ଏନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ଅମୃତା କୁଲାଙ୍ଗେ ।

 

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ ବର୍ତ୍ତମାନ ୪୮ଜଣ କରୋନା ଆକ୍ରାନ୍ତରେ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୫ଜଣ ଆକ୍ଟିଭ କେସ୍ ରହିଛି । ଏହାସହ ଜଣଙ୍କର ମୃତ୍ୟୁ ହେବା ସାଙ୍ଗକୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Share

Leave a Reply

Your email address will not be published. Required fields are marked *

1 × 1 =