ସୁସ୍ଥ ହେଲେ ଆଉ ୧୪୯ ଆକ୍ରାନ୍ତ

ଭୁବନେଶ୍ୱର() ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୫୦୨ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୯ ଜଣ ଥିବା ବେଳେ ଖୋର୍ଧାରୁ ୨୪, ମୟୂରଭଞ୍ଜରୁ ୧୪, କଟକରୁ ୧୩, କଳାହାଣ୍ଡି ଓ କେନ୍ଦ୍ରାପଡାରୁ ୬ଜଣ ଲେଖାଏଁ, ରାୟଗଡାରୁ ୫ ଜଣ, ଅନୁଗୋଳ, ଝାରସୁଗୁଡା ଓ ସୁନ୍ଦରଗଡରୁ ୪ଜଣ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ବଲାଙ୍ଗୀର, ଭଦ୍ରକ, ଯାଜପୁର ଓ ପୁରୀରୁ ୩ଜଣ ଲେଖାଏଁ, ବାଲେଶ୍ୱର, ନୟାଗଡ ଓ ଜଗତସିଂପୁରରୁ ୨ଜଣ ଲେଖାଏଁ ଓ ବରଗଡ ଓ କୋରାପୁଟରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

sixteen + thirteen =