ତୃତୀୟ ସ୍ଥାନରେ ଭାରତ

ନୂଆଦିଲ୍ଲୀ()  ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୯ ହଜାର ୬୯୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୨୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪ ହଜାର ୨୪୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୯୭ ହଜାର ୪୧୩କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୨୪ ହଜାର ୪୩୩ ସୁସ୍ଥ ହୋଇଥିବା ବେଳେ ୨ ଲକ୍ଷ ୫୩ ହଜାର ୨୮୭ ଜଣ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ କୋରୋନା ଆକ୍ରାନ୍ତ ତାଲିକାରେ ତୃତୀୟ ସ୍ଥାନରେ ପହଞ୍ଚିଛି ଭାରତ । କୋରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ରୁଷିଆକୁ ଟପିଛି ଭାରତ । ତାଲିକାର ପ୍ରଥମ ସ୍ଥାନରେ ଆମେରିକା ଓ ଦ୍ୱିତୀୟରେ ବ୍ରାଜିଲ ଅଛି ।

Share

Leave a Reply

Your email address will not be published. Required fields are marked *

seventeen − 10 =