ଆଉ ୫୭୦ କରୋନା ପଜିଟିଭ

ଭୁବନେଶ୍ବର()  ଆଜି ରାଜ୍ୟରେ ୧୯ ଜିଲ୍ଲାରୁ ୫୭୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୮୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୮୬ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ତେବେ ଆଜି ଗଞ୍ଜାମରେ ସର୍ବାଧିକ ୨୧୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୪୬, ଯାଜପୁରରୁ ୪୦, ସୁନ୍ଦରଗଡରୁ ୪୪, ନୟାଗଡରୁ ୩୭, ଖୋର୍ଦ୍ଧାରୁ ୩୭, ଝାରସୁଗୁଡାରୁ ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୪୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୫୬ ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

fifteen + 10 =