ଦିନକରେ ୫୧୯ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ() ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୨ ହଜାର ୧୨୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୧୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୭ ହଜାର ୧୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୨୦ ହଜାର ୯୧୬କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୫ ଲକ୍ଷ ୧୫ ହଜାର ୩୮୫ ସୁସ୍ଥ ହୋଇଥିବା ବେଳେ ୨ ଲକ୍ଷ ୮୩ ହଜାର ୪୦୭ ଜଣ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି । ତେବେ ମହାରାଷ୍ଟ୍ରରେ ସର୍ବାଧିକ ୯୮୯୩ ଓ ଗୁଜରାଟରେ ୨୦୨୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଦିଲ୍ଲୀରେ ୩୩୦୦, ମଧ୍ୟପ୍ରଦେଶରେ ୬୩୮ ଓ ପଶ୍ଚିମବଙ୍ଗରେ ୮୮୦ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

thirteen − ten =