ଆଜି ରାଜ୍ୟରେ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ

 ଭୁବନେଶ୍ୱର() ଆଜି ରାଜ୍ୟରେ ୩୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ସୁସ୍ଥ ସଂଖ୍ୟା ୮,୩୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୧୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୩୧, କଟକରୁ ୨୬, ନୟାଗଡରୁ ୧୮, ପୁରୀରୁ ୧୬, ସମ୍ବଲପୁରରୁ ୧୪, ବାଲେଶ୍ୱରରୁ ୧୧, ଅନୁଗୁଳରୁ ୮, କେନ୍ଦ୍ରାପଡାରୁ ୬, ଗଜପତି ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ, ଭଦ୍ରକ ଓ ଦେଓଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

fifteen − two =