ଆଉ ୬୧୮ ପଜିଟିଭ, ଗଞ୍ଜାମରୁ ୨୮୬ ଚିହ୍ନଟ

ଭୁବନେଶ୍ୱର() ଆଜି ରାଜ୍ୟରେ ୬୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪୧୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୦୭ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮୯୮ ରେ ପହଞ୍ଚିଛି ।  ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ତେବେ ଚିହ୍ନଟ ହୋଇଥିବା ୬୧୮ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୬୧ଜଣ , ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨୮୬ଜଣ, ଗଜତସିହଂପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୫ଜଣ ଚିହ୍ନଟ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

five × four =