କରୋନା ନେଲା ଆଉ ୬ ଜୀବନ

ଭୁବନେଶ୍ବର() ଆଜି ୨୮ଜିଲ୍ଲାରୁ ସର୍ବାଧିକ ୧୫୯୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ଜୀବନ ନେଇଛି କରୋନା । ମୃତ୍ୟୁ ହୋଇଥିବା ୬ଜଣଙ୍କ ମଧ୍ୟରୁ ୩ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଗଜପତି, ରାୟଗଡା ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।ମୃତକଙ୍କ ମଧ୍ୟରେ ୪ପୁରୁଷ ଓ ୨ମହିଳା ରହିଛନ୍ତି । ତେବେ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୭୦ରେ ପହଞ୍ଚିଥିବା ବେଳେ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

nineteen + 11 =