ରାଜ୍ୟରେ ଆଉ ୯ ଜୀବନ ନେଲା କରୋନା

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତ ୯ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ତୀବ୍ର କିଡନୀ ଆଘାତରେ ମଧ୍ୟ ପୀଡିତ ଥିଲେ । ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା । ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ । ଗଜପତି ଜିଲ୍ଲାର ୨୭ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । କେନ୍ଦୁଝର ଜିଲ୍ଲାର ଜଣେ ୨୧ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ (ଟାଇପ୍-୨) ରେ ମଧ୍ୟ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ।ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଅନିୟନ୍ତ୍ରିତ ଡାଇବେଟିସ୍ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ ।

Share

Leave a Reply

Your email address will not be published. Required fields are marked *

eleven + twelve =