ଆଉ ୧୬୪୩ ପଜିଟିଭ, ଗଞ୍ଜାମରୁ ୨୭୪

ଭୁବନେଶ୍ବର() ଆଜି ରାଜ୍ୟରେ ୨୮ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୧୬୪୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୦୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୬୨୫ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪ ହଜାର ୧୯୩ କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭୩ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୩ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୯୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୬ଜଣ, ଗଜପତି ଜିଲ୍ଲାରୁ ୩୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୭୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୫୨ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୫୦ଜଣ, ମାଲକାନଗିରି ଜିଲ୍ଲାରୁ ୨୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ ଜିଲ୍ଲାରୁ ୪୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୮ଜଣ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × four =