ଭୁବନେଶ୍ୱରରୁ ଆଉ ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର() ଆଜି  ଭୁବନେଶ୍ୱରରୁ ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୨୪୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪୮ ଓ ସ୍ଥାନୀୟ ଅଞ୍ଚଳରୁ ୯୯ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୦୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୪୮୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧୧୮ ଜଣ ସୁସ୍ଥ ହୋଇଛନ୍ତି ଓ ୨୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୬୯୫ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

1 × four =